ସ୍କୁଲ-କଲେଜ ଛୁଟି ଘୋଷଣା ; ଚେନ୍ନାଇରେ ପ୍ରବଳ ବର୍ଷା
ଚେନ୍ନାଇରେ ପ୍ରବଳ ବର୍ଷା । ଫଳରେ ଅନେକ ଜିଲ୍ଲାରେ ଜଳସ୍ତର ବୃଦ୍ଧି ପାଇଛି। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ତାମିଲନାଡୁ ସରକାର ସ୍କୁଲ ଓ କଲେଜ ଛୁଟି ଘୋଷଣା କରିଛନ୍ତି ।ଚେନ୍ନାଇ, ତିରୁଭାଲୁର, କାଞ୍ଚିପୁରମ ଏବଂ ଚେଙ୍ଗଲପଟ୍ଟୁ ଜିଲ୍ଲାରେ ଆଜି ସ୍କୁଲ-କଲେଜ ଛୁଟି ରହିବ। ଏଥିସହ ଆଇଟି କମ୍ପାନୀ ଗୁଡ଼ିକୁ ସେମାନଙ୍କ କର୍ମଚାରୀଙ୍କୁ ଆସନ୍ତା ୧୮ ତାରିଖ ଯାଏ ଘରେ ରହି କାମ କରିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଏମ୍.କେ. ଷ୍ଟାଲିନ୍ ।ତାମିଲନାଡୁର ଅନେକ ଜିଲ୍ଲାରେ ଗତ ୨୪ ଘଣ୍ଟା ହେବ ବର୍ଷା ଲାଗି ରହିଛି । ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ତାମିଲନାଡୁର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ ଜାରି ହୋଇଛି।ବିଶେଷ କରି ଉତ୍ତର ତାମିଲନାଡୁରେ ବର୍ଷାର ପ୍ରଭାବ ଅଧିକ ରହିବ ବୋଲି ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ୩ ଦିନ ତାମିଲନାଡୁ, ପୁଡୁଚେରି, କରାଇକାଲ ରିଜନରେ ପ୍ରବଳରୁ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି ।
ପାଣିପାଗ ବିଭାଗ ଏଥିପାଇଁ ଅରେଞ୍ଜ ଆଲର୍ଟ ଜାରି କରିଛି । ଏହାକୁ ଦୃଷ୍ଟିରେ ରଖି ତଳିଆ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କୁ କର୍ମୀଙ୍କୁ ନିୟୋଜିତ କରାଯାଇଛି। ମ୍ୟୁନିସିପାଲଟି ଓ ଜରୁରୀକାଳିନ ସେବାକୁ ମଧ୍ୟ ଆଲର୍ଟ କରାଯାଇଛି । ମୁଖ୍ୟମନ୍ତ୍ରୀ ଏମ୍. କେ. ଷ୍ଟାଲିନ ମଧ୍ୟ ଗୁରୁତ୍ବପୂର୍ଣ୍ଣ ବୈଠକ ଡାକିଛନ୍ତି ।ଚେନ୍ନାଇ ମ୍ୟୁନିସିପାଲିଟି କର୍ପୋରେସନକୁ ୯୯୦ଟି ପମ୍ପସ, ୫୭ଟି ଟ୍ରାକ୍ଟର, ୩୬ଟି ମୋଟର ବୋଟସ, ୪୬ ମେଟ୍ରିକ ଟନ୍ ବ୍ଲିଚିଂ ପାଉଡର, ୨୫ ମେଟ୍ରିକ ଟନ୍ ଲାଇମ ପାଉଡର, ଫିନାଇଲ ପ୍ରସ୍ତୁତ କରି ରଖିବାକୁ କୁହାଯାଇଛି ।

