ରାଜ୍ୟ

ପୋଲିସ ଶହୀଦ ସ୍ମୃତି ଦିବସ ପାଳିତ

Spread the love

ଭୁବନେଶ୍ବର, ୨୧।୧୦ : ରାଜ୍ୟ ପୋଲିସ ମୁଖ୍ୟାଳୟ ପରିସରରେ  ପୋଲିସ ଶହୀଦ ସ୍ମୃତି ଦିବସ ପାଳିତ ହୋଇଯାଇଛି। ଏଥିରେ  ରାଜ୍ୟ ଆରକ୍ଷୀ ମହାନିର୍ଦେଶକ ଯୋଗେଶ ବାହାଦୁର ଖୁରାନିଆା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।  ଦେଶ ତଥା ମାତୃଭୂମିର ସୁରକ୍ଷା ଓ ସମ୍ମାନ ପାଇଁ କର୍ମକ୍ଷେତ୍ରରେ ଶହୀଦ ହୋଇଥିବା ବୀରମାନଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ। ରାଜ୍ୟ ଆରକ୍ଷୀ ବାହିନୀ ତରଫରୁ ବୀର ଶହୀଦମାନଙ୍କ ପ୍ରତି  ୨ ମିନିଟ ନୀରବ ପ୍ରାର୍ଥନା କରାଯିବ ସହ ସମ୍ମାନ ପ୍ରଦର୍ଶନ କରାଯାଇଥିଲା।

ଏହି ଅବସରରେ ଡିଜିପି ଶ୍ରୀ ଖୁରାନିଆା ଗଣତାନ୍ତ୍ରିକ ଶାସନ ବ୍ୟବସ୍ଥାରେ ପୋଲିସର ଏକ ସ୍ବତନ୍ତ୍ର ସ୍ଥାନ ରହିଛି ବୋଲି  କହିବା ସହ ସାଧାରଣ ଲୋକଙ୍କ ଧନଜୀବନ ସୁରକ୍ଷା, ଆଇନ ଶୃଙ୍ଖଳା ନିୟନ୍ତ୍ରଣ, ଆତଙ୍କବାଦ ଓ ବାମପନ୍ଥୀ ଉଗ୍ରବାଦ ଦମନ, ସମାଜରେ ଶାନ୍ତି ପ୍ରତିଷ୍ଠା ଏବଂ ଲୋକଙ୍କୁ ଉପଯୁକ୍ତ ନ୍ୟାୟ ପ୍ରଦାନ କରିବାରେ ପୋଲିସ ମୁଖ୍ୟ ଭୂମିକା ଗ୍ରହଣ କରିଥାଏ ବୋଲି କହିଥିଲେ।

ଓଡିଶାରୁ ଶହୀଦ ହୋଇଥିବା କେନ୍ଦ୍ରାପଡା ଜିଲ୍ଲାର ହିମାଂଶୁ ଶେଖର ରଥ ଓ କଟକ ୟୁପିଡିର ପ୍ରଦୀପ କୁମାର ମଲ୍ଲିକଙ୍କ ବିଷୟରେ ଡିଜିପି ଉଲ୍ଲେଖ କରିଥିଲେ। ଏହି ଅବସରରେ ଉଭୟଙ୍କ ପରିବାର ବର୍ଗଙ୍କୁ ରାଜ୍ୟ ପୋଲିସ ମୁଖ୍ୟାଳୟକୁ ସ୍ବତନ୍ତ୍ର ନିମନ୍ତ୍ରଣ କରାଯାଇ ଏଥିରେ ସାମିଲ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ନିର୍ଦେଶକ (ଗୁଇନ୍ଦା) ଆର.ପି.କୋତେ, ନିର୍ଦେଶକ (ଭିଜିଲାନ୍ସ) ୟଶଓ୍ବନ୍ତ ଜେଠଓ୍ବା, ଅତିରିକ୍ତ ଆରକ୍ଷୀ ମହାନିର୍ଦେଶକ ( ଆଧୁନୀକିକରଣ) ଏସ.କେ ପ୍ରିୟଦର୍ଶୀ, ଅତିରିକ୍ତ ଆରକ୍ଷୀ ମହାନିର୍ଦେଶକ (ରେଳବାଇ ଓ ଉପକୂଳ ସୁରକ୍ଷା) ଅରୁଣ ବୋଥ୍ରା ପ୍ରମୁଖ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *