ରାଜ୍ୟ

ସମସ୍ତ ବନ୍ଦରକୁ ୨ ନମ୍ବର ବିପଦ ସଂକେତ , କିଛି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା

Spread the love

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ବାତ୍ୟା ଦାନା। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆଜି ସକାଳ ସାଢେ ୫ଟାରେ ଗଭୀର ଅବପାତଟି ବାତ୍ୟାରେ ପରିଣତ ହୋଇଛି। ଉତ୍ତର ପଶ୍ଚିମ ଦିଗକୁ ଏହାର ଗତି ରହିଛି। କାଲି ସକାଳ ସୁଦ୍ଧା ଏହା ଭୀଷଣ ବାତ୍ୟାରେ ପରିଣତ ହେବ। ୨୪ ରାତିରୁ ୨୫ ତାରିଖ ସକାଳ ଭିତରେ ସ୍ଥଳ ଭାଗ ଅତିକ୍ରମ କରିବ। ଏହି ସମୟରେ ପବନର ବେଗ ୧୦୦ରୁ ୧୧୦କିମି ଘଣ୍ଟା ପ୍ରତି ରହିବ।

ଆଜି ପାଇଁ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ରହିବ, କିନ୍ତୁ ବର୍ଷା ଲାଗି ରହିବ। କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ସତର୍କ କରାଇଛି ପାଣିପାଗ କେନ୍ଦ୍ର। ସମସ୍ତ ବନ୍ଦରକୁ ୨ ନମ୍ବର ବିପଦ ସଂକେତ ଦିଆଯାଇଛି। ଏହା ସହ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ଆଜିଠୁ ଆସିବା ପାଗରେ ପରିବର୍ତ୍ତନ ହେବ । ବର୍ଷାର ପରିମାଣ ୩୦ ସେମି ପର୍ଯ୍ୟନ୍ତ କିଛି କିଛି ସ୍ଥାନରେ ହୋଇପାରେ। ବାଲେଶ୍ବର, ଭଦ୍ରକ, ପୁରୀ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ କଟକ ଆଦି ଜିଲ୍ଲାରେ ବର୍ଷା ହେବାର ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

Leave a Reply

Your email address will not be published. Required fields are marked *