ସାମୁଦ୍ରିକ ଜୁଆର ନେଇ ସତର୍କ ସୂଚନା ଜାରି
ଓଡ଼ିଶା ଉପକୂଳକୁ ମାଡ଼ି ଆସୁଛି ବାତ୍ୟା | ସମୁଦ୍ର ଭାଗରେ ଭୀଷଣ ବାତ୍ୟାର ରୂପ ନେଇସାରିଛି ‘ଦାନା’ |। ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ଭିତରେ ଭିତରକନିକା ଓ ଧାମରା ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ । ଦାନା ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । ପାରାଦୀପରେ ସର୍ବାଧିକ ୬୨.୯ ମିଲିମିଟର ବର୍ଷା ରେକର୍ଡ ହୋଇଛି ।
ବାତ୍ୟା ‘ଦାନା’ର ପ୍ରଭାବରେ ଦୀଘା ସମୁଦ୍ରରେ ଉଚ୍ଚ ଜୁଆର ସୃଷ୍ଟି ହୋଇଛି । ସେହିପରି ଓଡ଼ିଶାର ଉପକୂଳବର୍ତ୍ତୀ ଜିଲ୍ଲା ଯଥା କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ପୁରୀ ଉପକୂଳ ସମୁଦ୍ରରେ ଜୁଆର ୧ ରୁ ୨ ମିଟର ଅଧିକ ଉଚ୍ଚ ରହିଛି ।

