ବ୍ୟବସାୟ ଏବଂ ଅର୍ଥନୀତି

ଆଜି ବଦଳିଲା ପେଟ୍ରୋଲ ଓ ଡିଜେଲ ମୂଲ୍ୟ

Spread the love

ଭୁବନେଶ୍ୱରରେ ପେଟ୍ରୋଲ-ଡିଜେଲ ଦାମ୍ ରହିଛି ଅପରିବର୍ତ୍ତିତ । ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧. ୦୬ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨ .୬୪ ପଇସା ରହିଛି । ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦର ଅପରିବର୍ତ୍ତିତ ରହିଛି । ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୨ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୪୪ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୮୯ ଟଙ୍କା ୯୭ ପଇସା ରହିଛି ।

ସୂଚନା ଅନୁଯାୟୀ , ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

Leave a Reply

Your email address will not be published. Required fields are marked *