ଦେଶ ବିଦେଶ

ଫିଲିପିନ୍ସରେ ଘୂର୍ଣ୍ଣିଝଡ଼ ‘ଟ୍ରାମି’ ପ୍ରଭାବରେ ୧୩୬ ମୃତ

Spread the love

ଫିଲିପିନ୍ସର ଉତ୍ତର ପଶ୍ଚିମାଞ୍ଚଳରେ ଘୂର୍ଣ୍ଣିଝଡ଼ ‘ଟ୍ରାମି’ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ଓ ଧନଜୀବନ ହାନି ଘଟିଛି। ପ୍ରବଳ ବର୍ଷା ପବନ ଯୋଗୁ ଅନେକ ସ୍ଥାନରେ ମାଟି ଅତଡ଼ା ଧସି ଘରଦ୍ଵାର ଭାଙ୍ଗିରୁଜି ଯାଇଛି। ରାସ୍ତାଘାଟରେ ମାଟି ଜମି ବନ୍ଦ ରହିଛି।ପ୍ରବଳ ବର୍ଷା ଯୋଗୁ ଅତର୍କିତ ବନ୍ୟା ଆସିବାରୁ ବହୁ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଛି। ପ୍ରବଳ ବେଗରେ ପବନ ବହିବାରୁ ବଡ଼ ବଡ଼ ଗଛ ଉପୁଡ଼ି ରାସ୍ତା ଉପରେ ପଡ଼ିଛି।  ଜଳସ୍ତର ବୃଦ୍ଧି ପାଇବାରୁ ଲୋକମାନେ ଛାତ ଉପରେ ଆଶ୍ରୟ ନେଇଛନ୍ତି। ହଜାର ହଜାର ଲୋକ ବାସହରା ହୋଇପଡ଼ିଛନ୍ତି।ଉଦ୍ଧାରକାରୀ ଦଳ ପକ୍ଷରୁ ବିଭିନ୍ନ ସ୍ଥାନରେ ଲୋକଙ୍କୁ ଉଦ୍ଧାର କରି ସୁରକ୍ଷିତ ସ୍ଥାନକୁ ନିଆଯାଉଛି।

Leave a Reply

Your email address will not be published. Required fields are marked *