୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ମଙ୍ଗଳବାର ଦେଶର ୪୦ଟି ସ୍ଥାନରେ ନିଯୁକ୍ତି ମେଳା ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ମାଧ୍ୟମରେ ୫୧,୦୦୦ ନବନିଯୁକ୍ତଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି ।ପ୍ରଧାନମନ୍ତ୍ରୀ ମୋଦି ରୋଜଗାର ମେଳାକୁ ସମ୍ବୋଧିତ କରିଛନ୍ତି । ନିଯୁକ୍ତି ସୃଷ୍ଟିକୁ ପ୍ରାଥମିକତା ଦେଇ କେନ୍ଦ୍ର ସରକାର ଏଭଳି ଏକ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି । ରାଜସ୍ୱ ବିଭାଗ, ଉଚ୍ଚ ଶିକ୍ଷା, ସୌରାଷ୍ଟ୍ର ମନ୍ତ୍ରଣାଳୟ, ପ୍ରତିରକ୍ଷା ମନ୍ତ୍ରଣାଳୟ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଭଳି ମନ୍ତ୍ରଣାଳୟରେ ନବନିଯୁକ୍ତମାନେ ସାମିଲ ହେବେ । ଚୟନ ପ୍ରାର୍ଥୀ କର୍ମଯୋଗୀ ପ୍ରାରମ୍ଭ ମାଧ୍ୟମରେ ତାଲିମ ଗ୍ରହଣର ସୁଯୋଗ ପାଇବେ ।
