ଦୀପାବଳି ପରେ ଚିନ୍ତା ବଢାଇଲା ଦିଲ୍ଲୀର ବାୟୁ ପ୍ରଦୂଷଣ ସ୍ଥିତି
ଦୀପାବଳି ପରେ ଚିନ୍ତା ବଢାଇଲା ଦିଲ୍ଲୀର ବାୟୁ ପ୍ରଦୂଷଣ ସ୍ଥିତି । ସକାଳୁ ସକାଳୁ ଦେଶର ରାଜଧାନୀର ବିଭିନ୍ନ ସ୍ଥାନ ବିଷାକ୍ତ ବାୟୁରେ ଛାଇ ହୋଇ ରହିଛି । ସେଣ୍ଟ୍ରାଲ ପଲ୍ୟୁସନ କଣ୍ଟ୍ରୋଲ ବୋର୍ଡ ମୁତାବକ ଶୁକ୍ରବାର ସକାଳେ ଇଣ୍ଡିଆ ଗେଟ ସମେତ ଅନେକ ଅଞ୍ଚଳରେ ବାୟୁ ଗୁଣବତ୍ତା ମାନ ୪୦୦ ନିକଟତର ହୋଇଛି । ଗୁରୁବାର ଦିପାବଳୀ ପାଳନ ପରେ ବିଭିନ୍ନ ସ୍ଥାନର ଏକ୍ୟୁଆଇ ଖରାପ ଶ୍ରେଣୀରୁ ଅତି ଖରାପ ଶ୍ରେଣୀକୁ ଯାଇଥିବା ବେଳେ ଏହାକୁ ନେଇ ପରିବେଶବିତଙ୍କର ଚିନ୍ତା ବଢିଛି ।
