ରାଜ୍ୟ

ଶ୍ରୀମନ୍ଦିର ସମ୍ମୁଖରେ ଏକାଠି ହୋଇ ବଡ଼ବଡୁଆ ଡାକିଲେ ହଜାର ହଜାର ଶ୍ରଦ୍ଧାଳୁ ।

Spread the love

ଆଜି ପୁରୀ ଶ୍ରୀମନ୍ଦିରରେ ପାଳିତ ହେଉଛି ଦୀପାବଳି ଅମାବାସ୍ୟା ନୀତି ।  ପୟାଶ୍ରାଦ୍ଧ,ବଡ଼ବଡୁଆ ଡାକ ପାଇଁ ଜମିଛି ଶ୍ରଦ୍ଧାଳୁଙ୍କ ଭିଡ଼ । ଶ୍ରୀଜିଉଙ୍କ ଦର୍ଶନ ସହ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରୀମନ୍ଦିର ନିକଟରେ କାଉଁରିଆ କାଠି ଜାଳିଛନ୍ତି ଶ୍ରଦ୍ଧାଳୁ ।  ବଡ଼ବଡୁଆ ହୋ,ଅନ୍ଧାରେ ଆସି ଆଲୁଏ ଯାଅ,ଗଙ୍ଗା ଯାଅ,ଗୟା ଯାଅ,ଅଭଡ଼ା ଖାଇ ବାଇଶି ପାହାଚେ ଗଡଗଡଉ ଥାଅ । ଏମିତି ଡାକରେ ପ୍ରକମ୍ପିତ ହୋଇଛି ବଡଦାଣ୍ଡ । ଉଦ୍ଦିଷ୍ଟ ସ୍ଥାନରେ ପୋଲିସ ଓ ଫ୍ୟାୟାର ବ୍ରିଗେଡ଼ର କଡା ସୁରକ୍ଷା ଏବଂ ବ୍ୟାରିକେଡ ମଧ୍ୟରେ କାଉଁରିଆ ଜାଳି ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଅର୍ପଣ କରିଛନ୍ତି ଶ୍ରଦ୍ଧାଳୁ । ମହାପ୍ରଭୁଙ୍କ ଦର୍ଶନ ସହ ପୟାଶ୍ରାଦ୍ଧ ପାଇ ଲୋକାରଣ୍ୟ ହୋଇଛି ଶ୍ରୀକ୍ଷେତ୍ର ।

Leave a Reply

Your email address will not be published. Required fields are marked *