ଦେଶ ବିଦେଶ

କମିଲା ପେଟ୍ରୋଲ ଦର!ଜାଣନ୍ତୁ ପ୍ରତି ଲିଟର ପିଛା କେଉଁଠି କେତେ?

Spread the love

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୦. ୯୪ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨. ୫୨ ପଇସା ରହିଛି । ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦର ଅପରିବର୍ତ୍ତିତ ରହିଛି ।ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୨ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୪୪ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୮୯ ଟଙ୍କା ୯୭ ପଇସା ରହିଛି ।ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୪ ଟଙ୍କା ୯୫ ପଇସା ଥିବାବେଳେ ଡିଜେଲ ଦର ୯୧ ଟଙ୍କା ୭୬ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୭୫ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୩୪ ପଇସା ରହିଛି ।
କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍ :
ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ ।

Leave a Reply

Your email address will not be published. Required fields are marked *