ମୌସୁମୀ ବର୍ଷାରେ ଭିଜିବ ଓଡ଼ିଶା
ଆଜିଠୁ ମୌସୁମୀ ବର୍ଷାରେ ଭିଜିବ ଓଡ଼ିଶା । ତାତିରୁ ମିଳିବ ତ୍ରାହି । ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୯ ଜିଲ୍ଲାରେ ଘୂର୍ଣ୍ଣିଝଡ଼ ସହ ୧୩ ଜିଲ୍ଲାରେ କାଳବୈଖାଖୀ ଆଶଙ୍କା ରହିଛି । ଦକ୍ଷିଣ ଓଡ଼ିଶାର କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଏବଂ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଉପକୂଳ ଓଡ଼ିଶାର କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ , ନୟାଗଡ଼, କନ୍ଧମାଳ, ଢ଼େଙ୍କାନାଳ, ଅନୁଗୁଳ, ରାୟଗଡ଼ା ବୌଦ୍ଧ, ନବରଙ୍ଗପୁର ଓ ମାଲକାନଗିରି ପ୍ରଭୃତି ୧୩ଟି ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ଝଡ଼ବର୍ଷା ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରାଯିବା ସହ ବଜ୍ରପାତ ସମୟରେ ଲୋକଙ୍କୁ ପାଣିପାଗ ଉପରେ ନଜର ରଖି ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି। ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହେବା ପାଇଁ ପାଗ ସଂପୂର୍ଣ୍ଣ ଅନୁକୂଳ ରହିଛି।
