ରାଜ୍ୟ

କାର୍ତ୍ତିକ ମାସର ତୃତୀୟ ସୋମବାର ଅବସରରେ ଧବଳେଶ୍ୱରଙ୍କ ପୀଠରେ ପ୍ରବଳ ଭକ୍ତଙ୍କ ଗହଳି

Spread the love

ଆଜି କାର୍ତ୍ତିକ ମାସର ତୃତୀୟ ସୋମବାର। ସମସ୍ତ ଶୈବପୀଠ ଗୁଡିକ ଚଳଚଞ୍ଚଳ ହୋଇଉଠିଛି । ଆଜି ଆଠଗଡ଼ରେ ଥିବା ବାବା ଧବଳେଶ୍ୱରଙ୍କ ପୀଠରେ ପ୍ରବଳ ଭକ୍ତଙ୍କ ଗହଳି ଦେଖିବାକୁ ମିଳିଛି।କାର୍ତ୍ତିକ ସୋମବାର ମହାଦେବଙ୍କୁ ଦର୍ଶନ କଲେ କୋଟି ଜନ୍ମର ପୁଣ୍ୟ ଫଳ ମିଳିଥାଏ ବୋଲି ବିଶ୍ଵାସ ରହିଛି। ଏଥିପାଇଁ କାର୍ତ୍ତିକ ମାସ ସାରା ଓଡିଶାର କୋଣ ଅନୁକୋଣରୁ ଲକ୍ଷାଧିକ ଭକ୍ତଙ୍କ ଗହଳି ଦେଖିବାକୁ ମିଳିଛି। ଶ୍ରଦ୍ଧାଳୁଙ୍କ ଭିଡ଼କୁ ଦୃଷ୍ଟିରେ ରଖି ବ୍ୟାପକ ପୁଲିସ୍ ଫୋର୍ସ ମୁତୟନ କରାଯାଇଛି।

Leave a Reply

Your email address will not be published. Required fields are marked *