ଶ୍ରୀମନ୍ଦିରରେ ବଡ ଠାକୁରଙ୍କ ହରିହର ବେଶ ଅନୁଷ୍ଠିତ
ଶ୍ରୀମନ୍ଦିରରେ ବଡ ଠାକୁରଙ୍କ ହରିହର ବେଶ ଅନୁଷ୍ଠିତ । ଏହି ବେଶରେ ବଡ଼ଠାକୁର ଅର୍ଦ୍ଧେକ ଧଳା ଓ ଅର୍ଦ୍ଧେକ କଳା ଦିଶିବା ସହ ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାର ପରିଧାନ କରିଛନ୍ତି । କାର୍ତ୍ତିକ ମାସର ଦୀପାବଳି ଅମାବାସ୍ୟା ପର ଠାରୁ ଶୁକ୍ଳ ଦଶମୀ ମଧ୍ୟରେ ପଡୁଥିବା ସୋମବାରରେ ବଡ ଠାକୁରଙ୍କ ବାଡରେ ହରିହର ବେଶ ହେବାର ବିଧି ରହିଛି । ପୁଷ୍ପାଳକ ସେବକମାନେ ବଡ଼ଠାକୁରଙ୍କୁ ହରିହର ବେଶରେ ଏବଂ ଶ୍ରୀଜଗନ୍ନାଥଙ୍କୁ ରାଧାଦାମୋଦର ବେଶରେ ସଜ୍ଜିତ କରିଛନ୍ତି । ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ସାଙ୍ଗକୁ ଶ୍ରୀଜଗନ୍ନାଥଙ୍କର ରାଧାଦାମୋଦର ବେଶ ଦେଖି ଭକ୍ତ ଆତ୍ମତୃପି ଲାଭ କରିଛନ୍ତି ଭକ୍ତ ।
