ହିତାଧିକାରୀଙ୍କୁ ମିଳିବ ୩ ମାସର ଆଗୁଆ ଚାଉଳ
ହିତାଧିକାରୀଙ୍କ ପିଛା ୧୫ କିଲୋ ଲେଖାଏ ତିନିମାସର ଆଗୁଆ ଚାଉଳ ଦେବାକୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି । ଅକ୍ଟୋବରରୁ ଡିସେମ୍ବର ପର୍ଯ୍ୟନ୍ତ ଆଗୁଆ ଚାଉଳ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ପ୍ରତି ହିତାଧିକାରୀଙ୍କୁ ୧୫ କିଲୋ ଲେଖାଏଁ ଚାଉଳ ଦିଆଯିବ । ସାଧାରଣ ବଣ୍ଟନ ବିଭାଗର କାର୍ଯ୍ୟ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଛନ୍ତି ।ଏହି ପ୍ରକ୍ରିୟା ଅକ୍ଟୋବରରୁ ଆରମ୍ଭ ହୋଇଥିଲେ ମଧ୍ୟ ୪୦ ଲକ୍ଷ ପରିବାର ଏ ପର୍ଯ୍ୟନ୍ତ ଚାଉଳ ପାଇ ନାହାନ୍ତି। ତେଣୁ ଏହି ପରିବାର ଗୁଡ଼ିକୁ ତୁରନ୍ତ ଚାଉଳ ବଣ୍ଟନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଇ-ଶ୍ରମିକରେ ପଞ୍ଜୀକୃତ ହୋଇଥିବା ୧କୋଟି ୩୦ଲକ୍ଷ ଶ୍ରମିକଙ୍କ ମଧ୍ୟରୁ ପ୍ରାୟ ସମସ୍ତେ ସାମିଲ ହୋଇଥିବା ବେଳେ ଆଉ ୧ଲକ୍ଷ ୩୧ ହଜାର ଶ୍ରମିକ ବାକି ରହିଛନ୍ତି। ସେମାନଙ୍କୁ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ତୁରନ୍ତ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
