ଆଞ୍ଚଳିକ

ବିମାନ ବାତିଲ ନେଇ ଯାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି

Spread the love

ଭୁବନେଶ୍ବର ବିମାନ ବନ୍ଦରରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଭୁବନେଶ୍ବର-ହାଇଦ୍ରାବାଦ ବିମାନ ବାତିଲ ହେବା ନେଇ ଯାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇଛି। ଏହାକୁ ନେଇ ଯାତ୍ରୀମାନେ ବିମାନ ବନ୍ଦରରେ ଧାରଣା ଦେଇଛନ୍ତି।ବିମାନଟି ଗତକାଲି ମଧ୍ୟ ବାତିଲ ହୋଇଥିଲା। ତେବେ ଏହା ଗୁରୁବାର ସକାଳ ୮ଟା ୪୫ରେ ଗନ୍ତବ୍ୟସ୍ଥଳ ଅଭିମୁଖେ ଯାତ୍ରା କରିଥାନ୍ତା। କିନ୍ତୁ ଏହାକୁ ପୁଣି ବାତିଲ କରାଯାଇଥିଲା।ଲଗାତାର ବିମାନ ବାତିଲା ହେବା ନେଇ ଯାତ୍ରୀଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଛି। ବିମାନ ବନ୍ଦର କର୍ତ୍ତୃପକ୍ଷ ଯାତ୍ରୀଙ୍କୁ ବୁଝାସୁଝା ଜାରି ରଖିଛନ୍ତି।

Leave a Reply

Your email address will not be published. Required fields are marked *