ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ
ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ଘଣ୍ଟା ମଧ୍ୟରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏହା ଲଘୁଚାପ ରୂପ ନେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ତାମିଲନାଡୁ ଉପକୂଳ, କେରଳ ଏବଂ ଆନ୍ଧ୍ରପ୍ରଦେଶରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଓଡ଼ିଶା ଉପରେ ଏହାର ପ୍ରଭାବ ପଡ଼ିବ ନାହିଁ ବୋଲି କୁହାଯାଇଛି।
