ଅର୍ଥନୀତି

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆମେରିକାର ମିୟୋ କ୍ଲିନିକ୍‌ ଗବେଷଣା ସଂସ୍ଥାର ପ୍ରତିନିଧିମାନେ

Spread the love

ଓଡ଼ିଶାରେ କର୍କଟ ରୋଗ ଚିକିତ୍ସା କ୍ଷେତ୍ରରେ ଆଧୁନିକ ରୋଗ ନିରୂପଣ ଓ ଚିକିତ୍ସା ପଦ୍ଧତିର ବିକାଶ ସମ୍ପର୍କରେ ଆମେରିକାର ମିୟୋ କ୍ଲିନିକ୍‌ ଓ ଅନ୍ୟ ସ୍ବାସ୍ଥ୍ୟସେବା ଗବେଷଣାର ସଂସ୍ଥାର ପ୍ରତିନିଧିମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଲୋଚନା କରିଛନ୍ତି। କର୍କଟ ରୋଗର ଚିକିତ୍ସା ଅତ୍ୟଧିକ ବ୍ୟୟ ସାପେକ୍ଷ ଓ ଅନିଶ୍ଚିତ। ଡିଏନ୍‌ଏ ପରୀକ୍ଷା ଜରିଆରେ ତୁରନ୍ତ ରୋଗ ନିରୂପଣ ସହିତ କୌଣସି ଏକ ନିର୍ଦ୍ଦିଷ୍ଟ ଚିକିତ୍ସା ପ୍ରଣାଳୀ ଫଳପ୍ରଦ ହେଉଛି ବା ନାହିଁ ତାହା ମଧ୍ୟ ଜଣାପଡ଼ିବ। ତେଣୁ ଓଡିଶାରେ ଏହି ନୂତନ ପଦ୍ଧତିର ପ୍ରୟୋଗ ସପକ୍ଷରେ ପ୍ରତିନିଧିମାନେ ମତ ରଖିଥିଲେ। ଏହାଦ୍ୱାରା ଖୁବଶୀଘ୍ର ରୋଗ ନିରୂପଣ ସଂପର୍କିତ ସୂଚନା ମିଳିବା ସହିତ ଫଳପ୍ରଦ ଚିକିତ୍ସା ପ୍ରଦାନ କରାଯାଇ ପାରିବ। କର୍କଟ ରୋଗର ଚିକିତ୍ସାକୁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି ବୋଲି ମତ ଦେଇ ଏ ସମ୍ପର୍କରେ ବିଧିବଦ୍ଧ ପ୍ରସ୍ତାବ ରଖିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

Leave a Reply

Your email address will not be published. Required fields are marked *