ଗର୍ଭବତୀ ମହିଳାଙ୍କୁ ନେଇ ଯାଉଥିବା ଆମ୍ବୁଲାନ୍ସରେ ହଠାତ୍ ନିଆଁ ଲାଗି ଭୟଙ୍କର ବିସ୍ଫୋରଣ ହୋଇଛି
ବୁଧବାର ରାତିରେ ମହାରାଷ୍ଟ୍ର ଜଲଗାଓଁରେ ଜଣେ ଗର୍ଭବତୀ ମହିଳାଙ୍କୁ ଆମ୍ବୁଲାନ୍ସ ଯୋଗେ ଏରାଣ୍ଡୋଲ ସରକାରୀ ଡାକ୍ତରଖାନାରୁ ଜାଲଗାଓଁ ଜିଲ୍ଲା ଡାକ୍ତରଖାନାକୁ ଅଣାଯାଉଥିଲା । ଏତିକି ବେଳେ ଆମ୍ବୁଲାନ୍ସର ଇଞ୍ଜିନ୍ରୁ ଧୂଆଁ ବାହାରୁଥିବା ଦେଖିଥିଲେ ଡ୍ରାଇଭର । ଡ୍ରାଇଭର ଜାଣିବା ପରେ ରୋଗୀଙ୍କୁ ଆମ୍ବୁଲାନ୍ସରୁ ବାହାରକୁ ଆଣି ନିଜେ ମଧ୍ୟ ଓହ୍ଲାଇ ପଡିଥିଲେ ।ଆମ୍ବୁଲାନ୍ସରେ ରଖାଯାଇଥିବା ଅକ୍ସିଜେନ ସିଲିଣ୍ଡର ଫାଟିବା ଯୋଗୁଁ ଏଭଳି ବିସ୍ଫୋରଣ ଘଟିଥିବା ସୂଚନା ମିଳିଛି । ତେବେ ଏଥିରେ କେହି ମୃତାହତ ହୋଇନାହାନ୍ତି । ବିସ୍ଫୋରଣ ଯୋଗୁ ଆଖପାଖ ଅଞ୍ଚଳର ଥିବା ଘର କ୍ଷତିଗ୍ରସ୍ତ ହୋଇଛି ।ଏଥିସହ ଆମ୍ବୁଲାନ୍ସଟି ମଧ୍ୟ ପୂରାପୂରି ଜଳିଯାଇଛି
