ଦେଶ ବିଦେଶ

ଉତ୍ତରପ୍ରଦେଶର ଝାନ୍‌ସିରେ ଥିବା ଅଗ୍ନିକାଣ୍ଡର ସ୍ତରୀୟ ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ

Spread the love

ଉତ୍ତରପ୍ରଦେଶର ଝାନ୍‌ସିରେ ଥିବା ନିଓନାଟାଲ୍ ଇଣ୍ଟେନ୍ସିଭ୍ କେୟାର ୟୁନିଟ୍ (ଏନ୍‌ଆଇସିୟୁ)  ଭୟାଭୟ ଅଗ୍ନିକାଣ୍ଡ ଘଟି ୧୦ଟି ନବଜାତ ଶିଶୁଙ୍କର ମୃତ୍ୟୁ ଘଟିବା ପରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ଘଟଣାର ଉଚ୍ଚ ସ୍ତରୀୟ ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।ଅନେକ ଶିଶୁ ଗୁରୁତର ଥିବାରୁ ମୃତ୍ୟୁ ସଂଖ୍ୟା ବଢିବା ଆଶଙ୍କା କରାଯାଉଛି । ଅଗ୍ନିକାଣ୍ଡର କାରଣ ଜଣାପଡି ନାହିଁ  ।  ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି ।ଅଗ୍ନିଶମ ବାହୀନିର ଟିମ୍ ୩୭ ପିଲାଙ୍କୁ ସୁରକ୍ଷିତ ଉଦ୍ଧାର କରିଛି । ୱାର୍ଡରେ ମୋଟ ଉପରେ ୫୪ ଜଣ ରୋଗୀ ଥିଲେ ।ମୃତ ଶିଶୁଙ୍କ ପରିବାରକୁ ପ୍ରତ୍ୟେକଙ୍କୁ ୫ ଲକ୍ଷ ଟଙ୍କା ଏବଂ ଆହତଙ୍କ ପାଇଁ ୫୦,୦୦୦ ଟଙ୍କା କ୍ଷତିପୂରଣ ଘୋଷଣା କରିବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଘଟଣାକୁ ନେଇ ଦୁଃଖ ପ୍ରକାଶ କରିବା ସହ ଆହତଙ୍କୁ ଭଲ ହସ୍ପିଟାଲରେ ଚିକିତ୍ସା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ୧୨ ଘଣ୍ଟା ମଧ୍ୟରେ କିପରି ନିଆଁ ଲାଗିଲା ସେନେଇ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

Leave a Reply

Your email address will not be published. Required fields are marked *