ରାଜ୍ୟ

ବିଜେପିର ବରିଷ୍ଠ ନେତା ସମୀର ଦେ ଙ୍କ ପରଲୋକ

Spread the love

ବିଜେପିର ବରିଷ୍ଠ ନେତା ତଥା ତିନି ତିନି ଥର ବିଧାୟକ ସମୀର ଦେ’ଙ୍କ ପରଲୋକ। ଦୀର୍ଘ ଦିନ ଧରି ସେ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ, ଆଉ ଚିକିତ୍ସାଧୀନ ଅବସ୍ଥାରେ ହିଁ ତାଙ୍କର ପରଲୋକ ଘଟିଛି । ୬୭ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ସମୀର ଦେଙ୍କ ପରଲୋକ ଘଟିଛି ।ସେ ଜଣେ ପ୍ରବୀଣ ରାଜନେତା ଭାବେ ବେଶ ଲୋକପ୍ରିୟ ଥିଲେ |ସେ ଜଣେ ମିଷ୍ଟଭାଷୀ ଓ ପରୋପକାରୀ ସ୍ୱଭାବର ବ୍ୟକ୍ତି ଥିଲେ ।୨୦୦୪ରୁ ୦୯ ପର୍ଯ୍ୟନ୍ତ ବିଜେଡି-ବିଜେପି ମେଣ୍ଟ ସରକାର ଅମଳରେ ସେ ରାଜ୍ୟର ଉଚ୍ଚଶିକ୍ଷା ମନ୍ତ୍ରୀ, ନଗର ଉନ୍ନୟନ ମନ୍ତ୍ରୀ ମଧ୍ୟ ରହିଥିଲେ । କଟକ ସହରରୁ ୩ ଥର ବିଧାୟକ ରହିଥିଲେ ।

ସମୀର ଦେଙ୍କ ପରଲୋକ ସମ୍ପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲେଖିଛନ୍ତି ଯେ, ‘ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ସମୀର ଦେ’ଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି। ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ’। ଜନପ୍ରତିନିଧି ଭାବେ ସେ ଯେଉଁ ଉନ୍ନତିମୂଳକ କାର୍ଯ୍ୟ କରିଯାଇଛନ୍ତି, ତାହା ସବୁଦିନ ପାଇଁ ସ୍ମରଣୀୟ ହୋଇରହିବ ।

Leave a Reply

Your email address will not be published. Required fields are marked *