ରାଜ୍ୟ

ଶାଶ୍ୱତୀ ଦାସଙ୍କୁ ‘ଫେମିନା ଆଚିଭର୍ସ ଇଷ୍ଟ-୨୦୨୪’ ସମ୍ମାନ ପ୍ରଦାନ

Spread the love

ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଉପସଭାପତି ଶାଶ୍ୱତୀ ଦାସଙ୍କୁ ‘ଫେମିନା ଆଚିଭର୍ସ ଇଷ୍ଟ -୨୦୨୪’ ସମ୍ମାନରେ ସମ୍ମାନୀତ କରାଯାଇଛି । ଦେଶର ଅଗ୍ରଣୀ ଇଂରାଜୀ ମହିଳା ପତ୍ରିକା ଫେମିନା ପକ୍ଷରୁ ଶ୍ରୀମତି ଦାସଙ୍କୁ ‘ଏକ୍ସଲେନ୍ସ ଇନ୍‌ ଇନ୍‌ସ୍ପିରେସ୍‌ନାଲ୍‌ ଲିଡରସିପ୍‌’ ସମ୍ମାନରେ ସମ୍ବର୍ଦ୍ଧିତ କରାଯାଇଛି ।

ଗତ ନଭେମ୍ବର ୧୫ ତାରିଖରେ କୋଲକାତାଠାରେ ଏହି ସମ୍ବର୍ଦ୍ଧନା ଉତ୍ସବ ଆୟୋଜିତ ହୋଇଥିଲା । ସମାଜରେ ସକାରାତ୍ମକ ପରିବର୍ତ୍ତନ ଆଣିବାରେ ଅଗ୍ରଣୀ ଭୂମିକା ନେଇଥିବା ମହିଳାମାନଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥିଲା । ବିଶେଷ କରି ପୂର୍ବ ଭାରତରେ ସମାଜର ବିଭିନ୍ନ ବର୍ଗରେ ଉନ୍ନତିମୂଳକ କାର୍ଯ୍ୟ କରୁଥିବା ମହିଳାମାନଙ୍କୁ ଏହି ଅବସରରେ ସମ୍ବର୍ଦ୍ଧିତ କରାଯାଇଥିଲା ।

Leave a Reply

Your email address will not be published. Required fields are marked *