ମାର୍ଚ୍ଚ ୭ରେ ମିଳିବ ପ୍ରଥମ କିସ୍ତିର ଶେଷ ପର୍ଯ୍ୟାୟ ଟଙ୍କା
ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ ଖବର । ଆସନ୍ତା ମାର୍ଚ୍ଚ ୭ ତାରିଖରେ ସୁଭଦ୍ରା ପ୍ରଥମ କିସ୍ତିରେ ଶେଷ ପର୍ୟ୍ୟାୟ ଟଙ୍କା ଲୋକଙ୍କ ଆକାଉଣ୍ଟକୁ ଆସିବ । ଆଉ ମାର୍ଚ୍ଚ ୮ ତାରିଖରୁ ଦ୍ୱିତୀୟ କିସ୍ତି ଟଙ୍କା ମିଳିବ । ଏନେଇ ମଙ୍ଗଳବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି । ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ମାର୍ଚ୍ଚ ୮ ମହିଳା ଦିବସରେ ୨ୟ କିସ୍ତି ‘ସୁଭଦ୍ରା’ ଟଙ୍କା ମିଳିବ । ତେଣୁ ମାର୍ଚ୍ଚ ୭ ପ୍ରଥମ କିସ୍ତି ଆବେଦନର ଶେଷ ତାରିଖ ।
