କୋଣାର୍କ ଓ ଅନ୍ତର୍ଜାତୀୟ ବାଲୁକା କଳା ଉତ୍ସବ ନିମନ୍ତେ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ ପକ୍ଷରୁ ସ୍ୱତନ୍ତ୍ର ପ୍ୟାକେଜ୍ ଟୁର
ଡିସେମ୍ବର ୧ରୁ ୫ତାରିଖ ପର୍ଯ୍ୟନ୍ତ ସୂର୍ଯ୍ୟମନ୍ଦିର ପାଦ ଦେଶ ମୁକ୍ତାକାଶ ରଙ୍ଗମଞ୍ଚରେ ୩୫ତମ କୋଣାର୍କ ଉତ୍ସବ ହେବ । ମୁକ୍ତାକାଶ ରଙ୍ଗମଞ୍ଚରେ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ କଳାକାରଙ୍କ ଦ୍ୱାରା ପ୍ରତିଦିନ ସନ୍ଧ୍ୟା ୬ଟାରୁ ସାଢ଼େ ୮ଟା ପର୍ଯ୍ୟନ୍ତ ଦୁଇଟି ପର୍ଯ୍ୟାୟରେ ଶାସ୍ତ୍ରୀୟ ନୃତ୍ୟ ପରିବେଷଣ କରାଯିବ ।
ଚନ୍ଦ୍ରଭାଗା ବେଳାଭୂମିରେ ଆୟୋଜିତ ବାଲୁକା କଳା ଉତ୍ସବ ଦିନ ୧୦ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଖୋଲା ରହିବ । ଉତ୍ସବ ଉପଲକ୍ଷେ ପର୍ଯ୍ୟଟକଙ୍କ ପାଇଁ ୫ଦିନ ସୂର୍ଯ୍ୟ ମନ୍ଦିର ଲାଇଟ୍ ଆଣ୍ଡ ସାଉଣ୍ଡ ସୋ ବନ୍ଦ ରହିବ ।

