ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଥିବା ଗଭୀର ଅବପାତ ଧୀରେ ଧୀରେ ଉପକୂଳ ମୁହାଁ ହେଉଛି
ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଥିବା ଗଭୀର ଅବପାତ ଧୀରେ ଧୀରେ ଉପକୂଳ ମୁହାଁ ହେଉଛି। ଏହା ଉତ୍ତର ଦିଗରେ ଗତି କରି ଶୁକ୍ରବାର ସକାଳ ପର୍ଯ୍ୟନ୍ତ ଗଭୀର ଅବପାତ ରୂପରେ ରହିବା ପରେ ଧୀରେ ଧୀରେ ଦୁର୍ବଳ ହୋଇଯିବ। ପରବର୍ତ୍ତୀ ସମୟରେ ଉତ୍ତରପଶ୍ଚିମ ଦିଗରେ ଗତି କରି ୩୦ ତାରିଖ ସକାଳ ସୁଦ୍ଧା ଉତ୍ତର ତାମିଲନାଡ଼ୁ ଓ ପୁଡୁଚେରୀ ମଧ୍ୟରେ କାରାଇକାଲ-ମହାମବଳିପୁରମ୍ ମଧ୍ୟରେ ଅବପାତ ରୂପରେ ସ୍ଥଳ ଭାଗ ଛୁଇଁବ। ବାତ୍ୟା ରୂପ ନେବ ନାହିଁ। ବରଂ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି) ପକ୍ଷରୁ ପୂର୍ବାନୁମାନ କରାଯାଇଛି।ସେପଟେ ଓଡ଼ିଶାରେ ଏହାର ପ୍ରଭାବ ସାମାନ୍ୟ ଅନୁଭୂତ ହୋଇଛି। କୋହଲା ପାଗ ସାଙ୍ଗକୁ ଆକାଶ ମେଘାଚ୍ଛନ୍ନ ରହିଛି।୨୯ ତାରିଖରେ ଉପକୂଳ ଓଡ଼ିଶା ସମେତ ରାୟଗଡ଼ା, ନୟାଗଡ଼, ଖୋର୍ଦ୍ଧା, କୋରାପୁଟ ଏବଂ ୩୦ ତାରିଖରେ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି |
