ଶ୍ରୀମନ୍ଦିରରେ ଆଜିଠାରୁ ଦେବ ଦୀପାବଳୀ ନୀତି ଅନୁଷ୍ଠିତ
ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ପ୍ରତିପଦା ତିନି ଦିନ ଧରି ଏହା ଅନୁଷ୍ଠିତ ହେବ । ଏହି ଅବସରରେ ମହାପ୍ରଭୁ ପିତୃପୁରୁଷଙ୍କୁ ପିଣ୍ଡଦାନ କରିବେ । ମହାପ୍ରଭୁ ଶ୍ରାଦ୍ଧ ବେଶରେ ପିତୃପୁରୁଷଙ୍କୁ ପିଣ୍ଡଦାନ କରିବେ । ଭକ୍ତଙ୍କୁ ଶ୍ରାଦ୍ଧ ବେଶରେ ଦର୍ଶନ ଦେବେ ଶ୍ରୀଜିଉ । ତିନି ଠାକୁର ଶ୍ୱେତ ବସ୍ତ୍ର ପରିଧାନ କରିବେ । ଠାକୁରଙ୍କୁ ସ୍ବର୍ଣ୍ଣ ଅଳଙ୍କାରରେ ବିଭୂଷିତ କରାଯିବ । ପୂଜାପଣ୍ଡାମାନେ ପିଣ୍ଡଦାନ କରିବେ । ଶ୍ରାଦ୍ଧ ନୀତି ସରିବା ପରେ ମନ୍ଦିର ଚୂଡ଼ାକୁ ମହାଦୀପ ଉଠିବ । ଦେବ ଦୀପାବଳୀ ଅବସରରେ ଓଡିଶା ଇଣ୍ଟରନ୍ୟାସନଲ ସେଣ୍ଟର ଓ ପୁରୀର ବିଭିନ୍ନ ସାମାଜିକ ସଂଗଠନ ପକ୍ଷରୁ ସିଂହଦ୍ଵାର ଠାରୁ ଶ୍ରୀଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ ବଡ଼ଦାଣ୍ଡର ଉଭୟ ପାର୍ଶ୍ୱରେ ଏକ ଲକ୍ଷ ଦୀପ ଜାଳିବାର ଅୟୋଜନ କରାଯାଇଛି ।.

