ନବୀନ ନିବାସରେ ବିଜେଡିର ଗୁରୁତ୍ବପୂର୍ଣ୍ଣ ବୈଠକ
ନବୀନ ନିବାସରେ ବିଜେଡିର ଗୁରୁତ୍ବପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ । ବୈଠକରେ ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ସମେତ ଦଳର ବରିଷ୍ଠ ନେତା ଦେବୀ ପ୍ରସାଦ ମିଶ୍ର ଉପସ୍ଥିତ ଥିଲେ । ଖବର ଅନୁଯାୟୀ, ଏହି ବୈଠକରେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ, ପ୍ରୀତିରଞ୍ଜନ ଘଡେଇ, ଅରୁଣ ସାହୁ, ପ୍ରଣବ ବଳବନ୍ତରାୟ ପ୍ରମୁଖ ଉପସ୍ଥିତ ଥିଲେ । ବୈଠକରେ ନୂଆ ବାଚସ୍ପତି ଚୟନ ନେଇ ଆଲୋଚନା, ଫାଙ୍କା ଥିବା ଏକ ମନ୍ତ୍ରୀ ପଦ ପୂରଣ ସହ ଦଳ ସଂଗଠନ ନେଇ ଆଲୋଚନା ହୋଇଥିବା ଅନୁମାନ କରାଯାଉଛି। ସେହିପରି ବୈଠକରେ ବିଭିନ୍ନ ଜିଲ୍ଲା ପର୍ଯ୍ୟବେକ୍ଷକ ଯୋଗ ଦେଇଥିବାରୁ ତୃଣମୂଳ ସ୍ତରରେ ସାଂଗଠନିକ ସ୍ଥିତି ନେଇ ଆଲୋଚନା ହୋଇଥିବା ଅନୁମାନ କରାଯାଉଛି। ବାକି ରହିଥିବା ସାଂଗଠନିକ କାର୍ଯ୍ୟ ଶୀଘ୍ର ସାରିବାକୁ ନବୀନ ନିର୍ଦ୍ଦେଶ ଦେଇଛନ୍ତି।
