ରାଜ୍ୟ

ଆଜିଠୁ ରାଷ୍ଟ୍ରପତିଙ୍କ ୫ଦିନିଆ ଓଡ଼ିଶା ଗସ୍ତ

Spread the love

ଆଜିଠୁ ରାଷ୍ଟ୍ରପତିଙ୍କ ୫ଦିନିଆ ଓଡ଼ିଶା ଗସ୍ତ । ୭ ତାରିଖ ଯାଏଁ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆଜି ଅପରାହ୍ନ ୨ଟା ୩୦ମିନିଟ ସମୟରେ ରାଷ୍ଟ୍ରପତି ଭବନରୁ ବାହାରି ପାଲାମ୍ ବିମାନବନ୍ଦରରୁ ସ୍ବତନ୍ତ୍ର ବାୟୁସେନାର ବିମାନ ଯୋଗେ ବାହାରି ସନ୍ଧ୍ୟା ୫ଟା ସମୟରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିବେ ଦ୍ରୌପଦୀ ମୁର୍ମୁ । ଏହାପରେ ସିଧାସଳଖ ବିମାନ ବନ୍ଦରରୁ ବାହାରି ୫.୩୦ରେ ଚନ୍ଦ୍ରଶେଖରପୁର ଠାରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୁର୍ତ୍ତି ଉଦଘାଟନୀ ଉତ୍ସବରେ ଯୋଗଦେବେ । ସେଠାରୁ ସନ୍ଧ୍ୟା ୬ଟା ୧୦ମିନିଟରେ ବାହାରି ଭୁବନେଶ୍ୱର ସ୍ଥିତ ରାଜଭବନ ପହଞ୍ଚି ରାତ୍ରୀଯାପନ କରିବେ ରାଷ୍ଟ୍ରପତି ।୪ ତାରିଖ ବୁଧବାର ସକାଳ ୯ଟାରେ ରାଜଭବନରୁ ବାହାରି ପୁରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି । ଏହାପରେ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟରେ ହୀରକ ଜୟନ୍ତୀ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟଅତିଥି ଭାବେ ଯୋଗଦେବେ ।ଏହାପରେ ୧୨ଟାରେ ପୁରୀ ରାଜଭବନ ଠାରେ ମଧ୍ୟାହ୍ନ ଭୋଜନ ପରେ ଅପରାହ୍ନ ୩ଟା ୩୦ମିନିଟରେ ନୌସେନା ଦିବସ କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି । ରାଷ୍ଟ୍ରପତିଙ୍କ ବିଭିନ୍ନ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ୩ ରୁ ୬ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସମୟରେ ଓ ବିଭିନ୍ନ ରାସ୍ତାରେ ଟ୍ରାଫିକ କଟକଣା ରହିବ ।

Leave a Reply

Your email address will not be published. Required fields are marked *