ଓଡ଼ିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ (ଓୟୁଏଟି)ର ୪୦ତମ ସମାବର୍ତ୍ତନ ଉତ୍ସବ
ଆସନ୍ତାକାଲି ଓଡ଼ିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ (ଓୟୁଏଟି)ର ୪୦ତମ ସମାବର୍ତ୍ତନ ଉତ୍ସବ। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ। କ୍ୟାମ୍ପସକୁ ରଙ୍ଗିନ ଆଲୋକମାଳାରେ ସୁସଜ୍ଜିତ କରାଯାଇଛି। ପ୍ରବେଶ ପଥରୁ କୃଷି ଶିକ୍ଷା ସଦନ ପର୍ଯ୍ୟନ୍ତ, ସବୁଠି ରାଷ୍ଟ୍ରପତିଙ୍କ ସ୍ବାଗତ ଲାଗି ଭବ୍ୟ ଆୟୋଜନ କରାଯାଇଛି। ପାଖାପାଖି ଏକ ହଜାର ବ୍ୟକ୍ତିବିଶେଷ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। କୌଣସି ପ୍ରକାର ଅଘଟଣ ରୋକିବାକୁ କ୍ୟାମ୍ପସ ସାରା ପୁଲିସର କଡା ନଜର ରଖିଛି । ଆଜି ସନ୍ଧ୍ୟାଠାରୁ ଯାଞ୍ଚ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟଅତିଥି ଭାବେ ଯୋଗଦେଇ ଦୀକ୍ଷାନ୍ତ ଅଭିଭାଷଣ ପ୍ରଦାନ କରିବେ। ବିଶ୍ୱବିଦ୍ୟାଳୟ କୁଳାଧିପତି ତଥା ରାଜ୍ୟପାଳ ରଘୁବର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଉତ୍ସବରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତୀକରଣ ମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ସମ୍ମାନିତ ଅତିଥି ଭାବେ ଯୋଗଦେବେ। ବିଶ୍ୱବିଦ୍ୟାଳୟ ଏକାଡେମିକ କାଉନସିଲ୍ ସଦସ୍ୟ, ଡିନ୍, ପ୍ରଫେସର, କର୍ମଚାରୀ ଓ ଛାତ୍ରଛାତ୍ରୀ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ବୋଲି କୁଳପତି ପ୍ରଫେସର ପ୍ରଭାତ କୁମାର ରାଉଳ ସୂଚନା ଦେଇଛନ୍ତି।

