ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ରାଜଧାନୀରେ ସମ୍ବିଧାନ ପ୍ରଣେତା ଡକ୍ଟର ବି ଆର୍ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ରାଜଧାନୀରେ ସମ୍ବିଧାନ ପ୍ରଣେତା ଡକ୍ଟର ବି ଆର୍ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଡକ୍ଟର ବି ଆର୍ ଆମ୍ବେଦକରଙ୍କ ୬୮ତମ ଶ୍ରାଦ୍ଧ ଦିବସ ଅବସରରେ ସେ ଆଜି ସକାଳେ ରାଜଧାନୀର ଏଜି ଛକରେ ଥିବା ବି ଆର୍ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି। ଏହି ସମୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ।ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ଡିସେମ୍ବର ୬ ତାରିଖ (ଶୁକ୍ରବାର) ସକାଳ ୯ଟାରେ ରାଜଭବନରୁ ବାହାରି ଡକ୍ଟର ବି.ଆର୍.ଆମ୍ବେଦକରଙ୍କ ମହାପ୍ରୟାଣ ଦିବସ ଅବସରରେ ଭୁବନେଶ୍ୱର ଏ.ଜି.ଛକ ଠାରେ ବାବା ସାହେବଙ୍କ ପ୍ରତିମୁର୍ତ୍ତୀରେ ମାଲ୍ୟାର୍ପଣ କରିଥିଲେ।ଏହାପରେ ସେ ବିଜୁପଟ୍ଟନାୟକ ବିମାନବନ୍ଦରରୁ ବାୟୁସେନାର ବିମାନ ଯୋଗେ ପଶ୍ଚିମବଙ୍ଗସ୍ଥିତ କଲେଇକୁଣ୍ଡା ଏୟାରବେସରେ ଅବତରଣ କରିବେ

