ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଏସିଏଫ୍ ରେବତୀ ରମଣ ଯୋଶୀ
ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଏସିଏଫ୍ ରେବତୀ ରମଣ ଯୋଶୀ। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଆଜି ସକାଳୁ ଭିଜିଲାନ୍ସ ଟିମ୍ ତାଙ୍କ ବାସଭବନ ଓ କାର୍ଯ୍ୟଳୟ ସମେତ ୯ଟି ସ୍ଥାନରେ ଚଢ଼ାଉ କରୁଛି। ସମ୍ବଲପୁର ଭିଜିଲାନ୍ସ ସ୍ୱତନ୍ତ୍ର ବିଚାରପତିଙ୍କ ଦ୍ବାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ଶକ୍ତି ଉପରେ ୩ ଡିଏସପି, ୧୦ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଭିଜିଲାନ୍ସ, ଚଢ଼ାଉ ହେଉଛି।

