ରାଜ୍ୟ

ବର୍ଷକୁ ବର୍ଷ ରାଜ୍ୟରେ ବଢୁଛି ମଦ ବିକ୍ରି

Spread the love

ରାଜ୍ୟରେ ବଢୁଛି ମଦ ବିକ୍ରି । ଆଜି ବିଧାନସଭାରେ ପ୍ରଶ୍ନୋତ୍ତରକାଳରେ ଏନେଇ ଉତ୍ତର ରଖିଛନ୍ତି ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।ମନ୍ତ୍ରୀଙ୍କ ତଥ୍ୟ ଅନୁସାରେ ଗତବର୍ଷ ୨୦୨୨-୨୩ରେ ୫ କୋଟି ୮୩ ଲକ୍ଷ ୪୪ ହଜାର ବିଦେଶୀ ମଦ ବିକ୍ରି ହୋଇଥିବା ବେଳେ ୨୦୨୩-୨୪ ରେ ୫ କୋଟି ୮୮ ଲକ୍ଷ ୮୫ ହଜାର ବିଦେଶୀ ମଦ ବିକ୍ରି ହୋଇଛି । ସେହିପରି ୨୦୨୨-୨୩ ରେ ୧୨ କୋଟି ୯ ଲକ୍ଷ ୬୭ ହଜାର ବଲକ ଲିଟର ବିକ୍ରି ହୋଇଥିବା ବେଳେ ୨୦୨୩-୨୪ ରେ ଏହା ବଢି ୧୫ କୋଟି ୩୫ ଲକ୍ଷ ୭୨ ହଜାର ବଲ୍କ ଲିଟର ବିକ୍ରି ହୋଇଛି ।ସେହିପରି ଦେଶୀ ମଦର ମଧ୍ୟ ବଢିଛି ଚାହିଦା । ୨୦୨୨-୨୩ ରେ ୮୪ ଲକ୍ଷ ୩୭ ହଜାର ଲିଟର ଦେଶୀ ମଦ ବିକ୍ରି ହୋଇଥିବା ବେଳେ ୨୦୨୩-୨୪ ରେ ୯୮ ଲକ୍ଷ ୪୩ ହଜାର ଲିଟର ମଦ ବିକ୍ରି ହୋଇଛି ।ବିଧାନସଭାରେ କଂଗ୍ରେସ ବିଧାୟିକା ସୋଫିଆ ଫିରଦୋସଙ୍କ ପ୍ରଶ୍ନରେ ମନ୍ତ୍ରୀ କହିଛନ୍ତି ଯେ , ବରଗଡ଼ ଜିଲ୍ଲାରୁ ଆସିଛି ସର୍ବାଧିକ ୧୨୪ କୋଟି ୯୯ ଲକ୍ଷର ଅବକାରୀ ରାଜସ୍ୱ । ଦ୍ୱିତୀୟରେ ରହିଛି ଗଞ୍ଜାମ ଜିଲ୍ଲା

Leave a Reply

Your email address will not be published. Required fields are marked *