କୁଏତ ଗସ୍ତରେ ଗଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
କୁଏତ ଗସ୍ତରେ ଗଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଦୁଇ ଦିନିଆ ଗସ୍ତ ଅବସରରେ ଫୋକସରେ ପ୍ରତିରକ୍ଷା ଓ ବାଣିଜ୍ୟିକ କାରବାର ସମେତ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ରହିବ । ୪୩ ବର୍ଷ ପରେ ପ୍ରଥମ ଥର ପାଇଁ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ କୁଏତ ଗସ୍ତରେ ଯାଉଛନ୍ତି । କୁଏତର ଏମିର ଶେଖ ମେଶାଲ ଅଲ-ଅହମ୍ମଦ ଅଲ-ଜବର ଅଲ-ସବାଙ୍କ ନିମନ୍ତ୍ରଣରେ ପ୍ରଧାନମନ୍ତ୍ରୀ କୁଏତ ଗସ୍ତରେ ଯାଉଛନ୍ତି । ଏହି ଗସ୍ତ ସମୟରେ ଉଭୟ ଦେଶ ମଧ୍ୟରେ ଅନେକ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବା ସହ ଚୁକ୍ତି ସ୍ବାକ୍ଷରିତ ହେବ ।ଗଲଫ କଫ ଫୁଟବଲ ଟୁର୍ଣ୍ଣାମେଣ୍ଟକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ମୋଦି । ସେଠାରେ ଭାରତୀୟ ସମୁଦାୟକୁ ମଧ୍ୟ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀ ମୋଦିଙ୍କ ଏହି ଗସ୍ତ ବେଶ ଗୁରୁତ୍ବ ବହନ କରୁଛି ।000000

