ରାଜ୍ୟ

ଭିଜିଲାନ୍ସ ଜାଲରେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ତହସିଲ କୁମୁଳି ସର୍କଲର ଆସିଷ୍ଟାଣ୍ଟ ଆରଆଇ

Spread the love

କୋରାପୁଟ ଜିଲ୍ଲା ବୋରିଗୁମ୍ମା ତହସିଲ କୁମୁଳି ସର୍କଲର ଆସିଷ୍ଟାଣ୍ଟ ଆରଆଇ ସୁରେନ୍ଦ୍ର ତନ୍ତୀଙ୍କ ଘରେ ଭିଜିଲାନ୍ସ ରେଡ୍। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ହେଉଛି । ବୋରିଗୁମ୍ମାରେ ଥିବା ଏକ ବିଲ୍ଡିଂ ସହ ସରକାରୀ ଅଫିସ ଚାମ୍ବରରେ ଚଢ଼ାଉ ହୋଇଛି । ବୋରିଗୁମ୍ମାରେ ଆବାସିକ ଦୁଇ ମହଲା ଘରେ ଚଢ଼ାଉ ଚାଲିଥିବା ବେଳେ ତାଙ୍କ ଝିଅଙ୍କ ଭଡା ଘର, ରଣସପୁରରେ ଥିବା ପୈତୃକ ଘର, ସମ୍ପର୍କୀୟଙ୍କ ଘର ଓ ଦୁଇ ମହଲା ମାର୍କେଟ କମ୍ପ୍ଲେକ୍ସରେ ଚଢ଼ାଉ ଜାରି ରହିଛି । ଏକକାଳୀନ ୮ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ । ଚଢ଼ାଉରେ ୩ ଜଣ ଡିଏସପି, ୭ଜଣ ଇନ୍ସପେକ୍ଟର, ୫ଜଣ ଏଏସଆଇ ଓ ଭିଜିଲାନ୍ସ ଟିମ୍ ସାମିଲ ହୋଇଛନ୍ତି ।

Leave a Reply

Your email address will not be published. Required fields are marked *