୨୦୨୫ କ୍ୟାଲେଣ୍ଡର୍ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୨୦୨୫ ଇଂରାଜୀ ନୂଆବର୍ଷ ଅବସରରେ ମହାପ୍ରଭୁଙ୍କ ଫଟୋଚିତ୍ର ଥାଇ ସୁଦୃଶ୍ୟ କ୍ୟାଲେଣ୍ଡର ପ୍ରକାଶ ପାଇଛି। କ୍ୟାଲେଣ୍ଡର ଗୁଡିକର ପ୍ରଥମ କପିକୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହୋଇଛି । ଏହି ଦେବାର୍ପଣ ପରେ ଆଜି ଉଭୟ କ୍ୟାଲେଣ୍ଡରକୁ ବିଧିବଦ୍ଧ ଭାବେ ଉନ୍ମୋଚିତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ଅବସରରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଆଇନ ବିଭାଗ ପ୍ରମୁଖ ଶାସନ ସଚିବ ମାନସ ରଞ୍ଜନ ବାରିକ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ଏବଂ ପୁରୀ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ପ୍ରମୁଖ ଉପସ୍ଥିତ ଥିଲେ। ଡେସ୍କ୍ କ୍ୟାଲେଣ୍ଡରରେ ରାଜ୍ୟର ବିଭିନ୍ନ ଶିଳ୍ପୀଙ୍କ ଚିତ୍ର ଏବଂ ବାଲୁକା କଳା ସ୍ଥାନିତ ହୋଇଛି।

