ବଢ଼ିଲା ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ
ବଢ଼ିଲା ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୧ ବର୍ଷ ପାଇଁ କାର୍ଯ୍ୟକାଳ ବୃଦ୍ଧି ହୋଇଛି । କ୍ୟାବିନେଟ ନିଯୁକ୍ତି କମିଟି ତାଙ୍କ କାର୍ଯ୍ୟକାଳକୁ ବୃଦ୍ଧି କରିଛି । ଚଳିତ ମାସ ୩୧ରେ ସରୁଥିଲା ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ । ଜାନୁଆରୀ ମାସରେ ରାଜ୍ୟରେ ରହିଛି ଦୁଇ ବଡ଼ ଇଭେଣ୍ଟ । ଜାନୁଆରୀ ୮ରୁ ୧୦ ଯାଏ ଭୁବନେଶ୍ବରରେ ପ୍ରବାସୀ ଭାରତୀୟ ଦିବସ ଓ ୨୮-୨୯ତାରିଖରେ ଉତ୍କର୍ଷ ଓଡ଼ିଶା- ମେକ୍ ଇନ ଓଡ଼ିଶା କନକ୍ଲେଭ । ଏହାର ଆୟୋଜନ ଠାରୁ ପରିଚାଳନାରେ ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି ।

