ପଞ୍ଜାବର ଭଟିଣ୍ଡା ଜିଲ୍ଲାରେ ଘଟିଛି ଏକ ମର୍ମନ୍ତୁଦ ଦୁର୍ଘଟଣା
ବର୍ଷା ସମୟରେ ସରଦୁଲଗଡ଼-ଭଟିଣ୍ଡା ରାସ୍ତାରେ ଏକ ଘରୋଇ କମ୍ପାନିର ବସ୍ ନିୟନ୍ତ୍ରଣ ହରାଇ ରାସ୍ତାକଡ଼ ଡ୍ରେନ୍ରେ ଖସିପଡ଼ିବାରୁ ୮ ଜଣ କର୍ମଚାରୀଙ୍କ ମୃତ୍ୟୁ ଘଟିଛି ଏବଂ ୨୦ ଜଣ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୩ ଜଣଙ୍କୁ ହସ୍ପିଟାଲରେ ମୃତ ଘୋଷଣା କରାଯାଇଛି। ଦୁର୍ଘଟଣା ପରେ ତୁରନ୍ତ ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚି ଯାତ୍ରୀମାନଙ୍କୁ ଉଦ୍ଧାର କରିବା ଆରମ୍ଭ କରିଥିଲେ। ପରେ ଏନ୍ଡିଆରଏଫ୍ ଟିମ୍ ପହଞ୍ଚିବା ପରେ ଉଦ୍ଧାର କାର୍ଯ୍ୟ ତ୍ବରାନ୍ବିତ ହୋଇଥିଲା।

