ରାଜ୍ୟ

ଲୋକସେବା ଭବନ ଭିତରକୁ ପ୍ରବେଶ ପାଇଁ ସାମ୍ବାଦିକଙ୍କୁ ଅନୁମତି

Spread the love

କୋଭିଡ ଆଳରେ ଲୋକସେବା ଭବନ ଭିତରକୁ ପ୍ରବେଶ ପାଇଁ ସାମ୍ବାଦିକଙ୍କୁ ବାରଣ କରିଥିଲେ ବିଜେଡି ସରକାର| କୋଭିଡ କଟକଣା ଉଠିଲା, କିନ୍ତୁ ନବୀନ ପଟ୍ଟନାୟକଙ୍କ ସରକାର ଲୋକସେବା ଭବନ ଭିତରକୁ ପ୍ରବେଶ ପାଇଁ ସାମ୍ବାଦିକଙ୍କୁ  ଅନୁମତି ଦେଲେନି। ଏବେ ବିଜେପି ସରକାର ପ୍ରଥମ ଥର ଓଡ଼ିଶାରେ ଶାସନ କ୍ଷମତାକୁ ଆସିବା ପରେ ଲୋକସେବା ଭବନ ଭିତରକୁ ପ୍ରବେଶ ପାଇଁ ସାମ୍ବାଦିକଙ୍କୁ  ଅନୁମତି ଦେଇଛନ୍ତି। ଏନେଇ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଗତ ୨୬ ତାରିଖରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଉଭୟ ସ୍ୱୀକୃତିପ୍ରାପ୍ତ ଓ ଅଣସ୍ୱୀକୃତିପ୍ରାପ୍ତ ସାମ୍ବାଦିକଙ୍କୁ ପ୍ରବେଶ ଅନୁମତି ଦିଆଯାଇଛି।

Leave a Reply

Your email address will not be published. Required fields are marked *