ରାଜ୍ୟ

ଜାନୁଆରୀ ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ଲାଗି ରହିବ ଶୀତ

Spread the love

ଆହୁରି ଥରାଇବ ଜାଡ଼ । କମିବ ପାରଦ, ବଢିବ ଶୀତ । ରାତି ତାପମାତ୍ରା ୩ରୁ ୫ ଡିଗ୍ରୀ ସେଲସିୟସ କମିବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଦେଶର ପୂର୍ବ ଭାଗରେ ଥିବା ଗୁରୁଚାପ ବଳୟଟି ପଶ୍ଚିମ ଦିଗକୁ ଗତି କରୁଥିବାରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହ ବଢିବ । ପ୍ରଭାବରେ ରାତିର ତାପମାତ୍ରା ଅହେତୁକ ଭାବରେ କମିବ ବୋଲି ଆକଳନ କରାଯାଇଛି । ଜାନୁଆରୀ ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟରେ ଶୀତ ଲାଗି ରହିବ ।

Leave a Reply

Your email address will not be published. Required fields are marked *