ରାଜ୍ୟ

ଆଜିଠୁ ଯୁକ୍ତ୨ ପ୍ରାକ୍ଟିକାଲ୍‌ ପରୀକ୍ଷା

Spread the love

ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା ଗୁରୁବାର(ଜାନୁଆରି ୨)ଠାରୁ ଆରମ୍ଭ ହେବାକୁ ଯାଉଛି। ଚଳିତ ବର୍ଷ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ଦୂରନିରନ୍ତର ବିଭାଗରେ ଦୁଇ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପ୍ରାକ୍ଟିକାଲ୍‌ ଓ ପ୍ରୋଜେକ୍ଟ ପରୀକ୍ଷା ଦେବେ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ବିଜ୍ଞାନ ବିଭାଗରେ ସର୍ବାଧିକ ୧ଲକ୍ଷ ୨୫ ହଜାର ଏବଂ କଳା ବିଭାଗରେ ପ୍ରାୟ ୧ ଲକ୍ଷ ପରୀକ୍ଷାର୍ଥୀ ରହିଛନ୍ତି। ଜାନୁଆରି ୧୨ ପର୍ଯ୍ୟନ୍ତ ଚାଲିବାକୁ ଥିବା ପରୀକ୍ଷାର ୬୦ ମାର୍କ, ୫୦ ମାର୍କ ଓ ୩୦ ମାର୍କ ବିଶିଷ୍ଟ ପ୍ରାକ୍ଟିକାଲ ବିଷୟ ଲାଗି ୩ଘଣ୍ଟା ଏବଂ ୧୫ ମାର୍କର ପ୍ରାକ୍ଟିକାଲ ପରୀକ୍ଷା ପାଇଁ ଦୁଇ ଘଣ୍ଟା ଅବଧି ରହିଛି। ବିଜ୍ଞାନ ବିଭାଗର ୧୨ଟି, କଳା ବିଭାଗର ୮, ବାଣିଜ୍ୟ ବିଭାଗର ଦୁଇ, ଧନ୍ଦାମୂଳକ ବିଭାଗର ୧୦ରୁ ଅଧିକ ବିଷୟରେ ପ୍ରାକ୍ଟିକାଲ/ପ୍ରୋଜେକ୍ଟ ପରୀକ୍ଷା ହେବ। ପରୀକ୍ଷାର ୩୦ ମିନିଟ୍‌ ପୂର୍ବରୁ ପରୀକ୍ଷାର୍ଥୀ କେନ୍ଦ୍ରରେ ପହଞ୍ଚିବା ଆବଶ୍ୟକ। ପରୀକ୍ଷାରେ କୌଣସି ପ୍ରକାର ସମସ୍ୟା ଉପୁଜିଲେ, ତୁରନ୍ତ ପରିଷଦ ପରୀକ୍ଷା ନିୟନ୍ତ୍ରକଙ୍କ ଦୃଷ୍ଟିକୁ ଆଣିବାକୁ କୁହାଯାଇଛି।

Leave a Reply

Your email address will not be published. Required fields are marked *