odisha

ମହାପ୍ରଭୁଙ୍କ ଦର୍ଶନ ପାଇଁ ପୁରୀରେ ପ୍ରବାସୀ ଭାରତୀୟଙ୍କ ଭିଡ଼

Spread the love

ଆଜିଠୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ୧୮ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି । ସମ୍ମିଳନୀରେ ଯୋଗଦେବାକୁ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି ପ୍ରବାସୀ ଭାରତୀୟ । ସପରିବାର ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ମହାଲକ୍ଷ୍ମୀ ମନ୍ଦିର, ବିମଳା ମନ୍ଦିର ଏବଂ ପାର୍ଶ୍ଵ ଦେବଦେବୀଙ୍କୁ ଦର୍ଶନ କରି ବେଶ ଖୁସି ବ୍ୟକ୍ତ କରିଛନ୍ତି । ଅନେକ ପ୍ରବାସୀ ଭାରତୀୟ ପ୍ରଥମ ଥର ଶ୍ରୀ ମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରି ବେଶ ଆନନ୍ଦ ଲାଭ କରିଛନ୍ତି । ପ୍ରବାସୀ ଭାରତୀୟ ଦିବସ ଓଡିଶାରେ ଆୟୋଜିତ ହୋଇଥିବା ଯୋଗୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି ପ୍ରବାସୀ ଭାରତୀୟ । ଓଡିଶାକୁ ଆସି ଓଡିଶା ପରମ୍ପରା ଏବଂ ଓଡିଶାର କଳାକୃତିକୁ ପ୍ରଶଂସା କରିଛନ୍ତି । ଶ୍ରୀମନ୍ଦିର ଆସିଥିବା ପ୍ରବାସୀ ଭାରତୀୟଙ୍କୁ ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱାଗତ କରାଯାଉଛି ।

Leave a Reply

Your email address will not be published. Required fields are marked *