ରାଜ୍ୟ

ଅର୍କକ୍ଷେତ୍ରରେ ପବିତ୍ର ଶାମ୍ବଦଶମୀରେ ଶ୍ରଦ୍ଧାଳୁଙ୍କ ଭିଡ଼

Spread the love

ଆଜି ପବିତ୍ର ଶାମ୍ବଦଶମୀ । ଏହି ଅବସରରେ ଅର୍କକ୍ଷେତ୍ରରେ କୋଣାର୍କର ଚନ୍ଦ୍ରଭାଗା ଚଳଚଞ୍ଚଳ ହୋଇ ଉଠିଛି। ଶ୍ରଦ୍ଧାଳୁ ଏବଂ ସୂର୍ଯ୍ୟ ଉପାସକମାନେ ସକାଳୁ ଚନ୍ଦ୍ରଭାଗାଠାରେ ପ୍ରଭୁ ସୂର୍ଯ୍ୟ ନାରାୟଣଙ୍କୁ ଦୀପ ଦାନ କରିବା ସହ ପୂଜାର୍ଚ୍ଚନା କରିଛନ୍ତି ।ପରମ୍ପରା ଅନୁସାରେ ଶାମ୍ବଦଶମୀ ତିଥିରେ କୋଣାର୍କ ଅବଧୂତ ମଠ ଠାରୁ ଏକ ସୂର୍ଯ୍ୟ ରଥ ବାହାରି ଚନ୍ଦ୍ରଭାଗା ନିକଟକୁ ନିଆଯାଇଥାଏ।
ସେଠାରେ ୨୭ ଦିନ ରଖାଯାଇ ଗ୍ରହ ନକ୍ଷତ୍ର ପୂଜା ଅର୍ଚନା କରାଯିବା ପରେ ମାଘ ସପ୍ତମୀ ତିଥିରେ ସୂର୍ଯ୍ୟ ମହାପ୍ରଭୁଙ୍କୁ ଅଣାଯାଇଥାଏ। ଶାମ୍ବ ଦଶମୀ ଅବସରରେ କୋଣାର୍କରେ ସୂର୍ଯ୍ୟ ରଥଯାତ୍ରା ଓ ସୌର ମହାଯଜ୍ଞ ଅନୁଷ୍ଠିତ ହେଉଛି।ବିଶ୍ବାସ ରହିଛି, ଶାମ୍ବଦଶମୀ ଦିନ ଚନ୍ଦ୍ରଭାଗାଠାରେ ସ୍ନାନ କରି ପ୍ରଭୁ ସୂର୍ଯ୍ୟ ନାରାୟଣଙ୍କ ଦର୍ଶନ କଲେ ରୋଗମୁକ୍ତ ହେବା ସହ ମନୋସ୍କାମନା ପୂରଣ ଓ ପରିବାରର ମଙ୍ଗଳ ହୋଇଥାଏ।

 

 

 

 

 

 

 

 

 

 

Leave a Reply

Your email address will not be published. Required fields are marked *