ରାଜ୍ୟ

ଜାନୁଆରୀ ୧୩ରୁ ଖୋଲିବ ରାଜଭବନ ଉଦ୍ୟାନ

Spread the love

ରାଜଭବନ ଉଦ୍ୟାନ ଆସନ୍ତା ୧୩ ତାରିଖରୁ ଖୋଲା ରହିବ । ସର୍ବସାଧାରଣ  ଜାନୁଆରୀ ୨୨ ତାରିଖ ପର୍ଯ୍ୟନ୍ତ ରାଜଭବନ ଉଦ୍ୟାନ ବୁଲି ଦେଖିପାରିବେ । କିନ୍ତୁ ଏଥର ନିୟମ ଟିକେ ଅଲଗା ହୋଇଛି । କାରଣ କେବଳ ମୋବାଇଲ୍‌ ଆପ୍‌  ପଞ୍ଜିକରଣ ମାଧ୍ୟମରେ ସର୍ବସାଧାରଣଙ୍କ ପ୍ରବେଶ ପାଇଁ  ଅନୁମତି ଦିଆଯିବ । ରାଜଭବନ ଉଦ୍ୟାନ ପରିଦର୍ଶନ  ପାଇଁ କୌଣସି ପ୍ରବେଶ ଶୁଳ୍କ ଦେବାକୁ ପଡ଼ିବ ନାହିଁ ।  ଏଥିନିମନ୍ତେ ପ୍ଲେ ଷ୍ଟୋର କିମ୍ବା ଆପ୍ସ ଷ୍ଟୋରରୁ ଉଦ୍ୟାନ ପରିଦର୍ଶନ, ରାଜଭବନ, ଓଡ଼ିଶାର ମୋବାଇଲ୍‌ ଆପ୍‌  ଡାଉନ୍‌ଲୋଡ଼ କରିବାକୁ ପଡ଼ିବ । ଓଡ଼ିଶାର ରାଜଭବନ  ୱେବ୍‌ସାଇଟରେ ଉପଲବ୍ଧ ଥିବା କ୍ୟୁ-ଆର୍‌ କୋଡ଼ ମାଧ୍ୟମରେ ମୋବାଇଲ୍‌ ଆପ୍‌ ମଧ୍ୟ ଡାଉନ୍‌ଲୋଡ  କରାଯାଇପାରିବ । ସର୍ବସାଧାରଣଙ୍କ ପାଇଁ ରାଜଭବନ ଉଦ୍ୟାନ ବୁଲିବାର ସମୟ ଅପରାହ୍ନ ୨ଟା ୩୦ମି ରୁ ୫ଟା ପର୍ଯ୍ୟନ୍ତ ରହିଛି ।  ସେହିପରି ସ୍କୁଲ୍‌ ଛାତ୍ରଛାତ୍ରୀଙ୍କ ଉଦ୍ୟାନ ପରିଦର୍ଶନ  ପାଇଁ ବ୍ୟବସ୍ଥା କରାଯାଇଛି । ଏଥିପାଇଁ ଏ.ଡ଼ି.ସିଚିଫ୍‌ ସିକ୍ୟୁରିଟି ଅଫିସରଙ୍କୁ ବିଦ୍ୟାଳୟ କତ୍ତୃର୍ପକ୍ଷ ‘ଛାତ୍ରଛାତ୍ରୀଙ୍କ ଉଦ୍ୟାନ ପରିଦର୍ଶନ ନିମନ୍ତେ ଅନୁରୋଧ  ପତ୍ର’ ପଠାଇବା ଆବଶ୍ୟକ ବୋଲି ସୂଚନା ଦିଆଯାଇଛି । ସ୍କୁଲ ପିଲାମାନଙ୍କ ପାଇଁ ଉଦ୍ୟାନ ପରିଦର୍ଶନ ସମୟ  ସକାଳ ଘ ୮.୩୦ମି. ରୁ ୧୦ ଘଟିକା ପର୍ଯ୍ୟନ୍ତ ଧାର୍ଯ୍ୟ  କରାଯାଇଛି ।

Leave a Reply

Your email address will not be published. Required fields are marked *