ରାଜ୍ୟ

ତେଲଙ୍ଗାନାରେ ମର୍ମନ୍ତୁଦ ବସ୍ ଦୁର୍ଘଟଣା

Spread the love

କଳାହାଣ୍ଡି ସିନାପାଲିରୁ ୩୨ ଜଣ ଶ୍ରମିକଙ୍କୁ ନେଇ ଗତକାଲି ହାଇଦ୍ରାବାଦ ଅଭିମୁଖେ ବାହାରିଥିଲା ବସ୍‌ । ବସ୍‌ଟି ରାତି ପ୍ରାୟ ୩ଟା ସମୟରେ ସୂର୍ଯ୍ୟାପେଟ-ଖମାମ ରାସ୍ତା ଅତିକ୍ରମ କରୁଥିଲା । ଉକ୍ତ ସମୟରେ ରାସ୍ତା ଉପରେ ଏକ ଟ୍ରକ୍‌ ଛିଡ଼ା ହୋଇଥିବା ବେଳେ ଦ୍ରୁତଗାମୀ ବସ୍‌ଟି ତାହାକୁ ପଛ ପଟୁ ପିଟିଥିଲା । ଫଳରେ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ବସ୍‌ ଡ୍ରାଇଭର, ୨ ମହିଳା ଶ୍ରମିକ ଓ ଜଣେ ପୁରୁଷ ଶ୍ରମିକ ଥିବା ଜଣାଯାଇଛି ।

Leave a Reply

Your email address will not be published. Required fields are marked *