ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ୍ ଜୟଶଙ୍କର
ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବା ପାଇଁ ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ୍ ଜୟଶଙ୍କର ଆମେରିକା ଗସ୍ତରେ ଯିବେ । ଆସନ୍ତା ୨୦ ତାରିଖରେ ଆମେରିକାର ୪୭ତମ ରାଷ୍ଟ୍ରପତିଙ୍କ ଶପଥ ଗ୍ରହଣ ଉତ୍ସବରେ ସେ ଭାରତ ସରକାରଙ୍କ ପ୍ରତିନିଧିତ୍ୱ କରିବେ। ଏହି ଗସ୍ତ ସମୟରେ ଜୟଶଙ୍କର ଆଗାମୀ ଟ୍ରମ୍ପ ପ୍ରଶାସନର ପ୍ରତିନିଧିଙ୍କ ସହ ମଧ୍ୟ ବୈଠକ କରିବେ। ଏହି ଅବସରରେ ବିଦେଶ ମନ୍ତ୍ରୀ ଅନ୍ୟ କେତେକ ବିଶିଷ୍ଟ ବ୍ୟକ୍ତିଙ୍କୁ ମଧ୍ୟ ଭେଟିବେ। ଏହି ଗସ୍ତ ଭାରତ ଓ ଆମେରିକା ମଧ୍ୟରେ ଦ୍ବିପାକ୍ଷିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ଦିଗରେ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହେବ ବୋଲି କୁହାଯାଇଛି ।

