ଦେଶ ବିଦେଶ

ଆୟୁଷ୍ମାନ ଭାରତରେ ସାମିଲ ହେବ ଓଡିଶା

Spread the love

ରାଜ୍ୟରେ କାର୍ଯ୍ୟକାରୀ ହେବ କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା। ଏଥିପାଇଁ ଆଜି ରାଜ୍ୟ ସରକାର ଏବଂ କେନ୍ଦ୍ର ସରକାରଙ୍କ ମଧ୍ୟରେ ବୁଝାମଣାପତ୍ର (ଏମ୍‌ଓୟୁ) ସ୍ବାକ୍ଷରିତ ହେବ। ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସହିତ ଓଡ଼ିଶା ସରକାରଙ୍କ ବୁଝାମଣା ହେବ। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଏବଂ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀଙ୍କ ଉପସ୍ଥିତିରେ ହେବାକୁ ଥିବା ବୁଝାମଣାପତ୍ର ସ୍ବାକ୍ଷର କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ଯୋଗଦେବେ ବୋଲି ଜଣାପଡ଼ିଛି।

Leave a Reply

Your email address will not be published. Required fields are marked *