ଆଜିଠୁ କୁମ୍ଭୀର ଗଣନା
ଆଜିଠୁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ । କୁମ୍ଭୀର ଗଣନା ପାଇଁ ଆଜିଠୁ ୨୨ ତାରିଖ ଯାଏ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । ବୋଟ୍ ଚଳାଚଳ ବନ୍ଦ ରହିବା ପରେ ନଦୀ ଜଳ ସ୍ଥିର ହେବ। ଏହାପରେ କୁମ୍ଭୀର ଗଣନା ହେବ । କୁମ୍ଭୀର ବିଶାରଦ ଡକ୍ଟର ସୁଧାକର କରଙ୍କ ନେତୃତ୍ୱରେ ବନ କର୍ମଚାରୀ କୁମ୍ଭୀର ଗଣନା କରିବେ। ସକାଳ ଓ ସନ୍ଧ୍ୟା ସମୟରେ ହୁଲି ଡ଼ଙ୍ଗା ସାହାଯ୍ୟ ରେ କୁମ୍ଭୀର ଗଣନା କରାଯିବ ।
ଏହି ସମୟରେ ପର୍ଯ୍ୟଟକ ଭିତରକନିକା ବୁଲି ଆସିଲେ ଗଣନାରେ ସମସ୍ୟା ସୃଷ୍ଟି ହେବାର ସମ୍ଭାବନା ଥିବାରୁ ପର୍ଯ୍ୟଟକ ଆସିବା ଉପରେ ବାରଣ କରାଯାଏ । ତେବେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଭିତରକନିକା ବାହାର ନଦୀ ନାଳରେ ମଧ୍ୟ କୁମ୍ଭୀର ଗଣନା କରାଯିବ ।

