ଶ୍ରୀମନ୍ଦିରରେ ଲାଗୁ ହେଲା ୫ ସୂତ୍ରୀ ଯୋଜନା
ଶ୍ରୀମନ୍ଦିରରେ ଲାଗୁ ହେଲା ୫ ସୂତ୍ରୀ କାର୍ଯ୍ୟାବଳୀ । ଡ୍ଯୁଟି ସମୟରେ ଶ୍ରୀମନ୍ଦିର ପ୍ରଶାସନରେ କୌଣସି ଅଧିକାରୀ ତଥା କର୍ମଚାରୀ ପାନ, ଗୁଟଖା କିମ୍ବା କୌଣସି ମାଦକ ଦ୍ରବ୍ୟ ସେବନ କରିବେ ନାହିଁ । ପ୍ରତ୍ୟେକ ମାସ ତୃତୀୟ ଶୁକ୍ରବାରରେ ବରିଷ୍ଠ ଅଧିକାରୀଙ୍କ ସ୍ତରରେ କାର୍ଯ୍ୟ ସମୀକ୍ଷା କରାଯିବ ।
ସମସ୍ତ ଅଧିକାରୀ ତଥା କର୍ମଚାରୀମାନେ ଜାନୁଆରୀ ୩୧ ତାରିଖ ସୁଦ୍ଧା ୨୦୨୪ ବର୍ଷ ପାଇଁ ବାଧ୍ୟତାମୂଳକ ଭାବେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ । ଏହା ଦାଖଲ ନକଲେ କୌଣସି ପଦୋନ୍ନତି, ପୁରସ୍କାର କିମ୍ବା କୌଣସି ଆର୍ଥିକ ପ୍ରୋତ୍ସାହନ ରାଶି ପ୍ରଦାନ କରାଯିବ ନାହିଁ । ପ୍ରତ୍ୟେକ ଶୁକ୍ରବାର ସମସ୍ତ ଅଧିକାରୀ ତଥା କର୍ମଚାରୀ ହସ୍ତତନ୍ତ ଲୁଗା ପିନ୍ଧି କାର୍ଯ୍ୟାଳୟ ଆସିବେ ।ସମ୍ପତ୍ତି ତାଲିକା ଦାଖଲ ନକଲେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ।

