ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ଭାରତୀୟ ଆଥଲେଟିକ୍ସର ପୋଷ୍ଟର ବୟ ନୀରଜ ଚୋପ୍ରା
ଭାରତୀୟ ଆଥଲେଟିକ୍ସ ପୋଷ୍ଟର ବୟ ନୀରଜ ଚୋପ୍ରା ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ରବିବାର ସେ ହିମାନିଙ୍କ ସହ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ନୀରଜ ସୋସିଆଲ ମିଡିଆରେ ଏହି ସୂଚନା ଦେଇଛନ୍ତି । ସେ ତାଙ୍କ ସୋସିଆଲ ମିଡିଆ ଅଫିସିଆଲ ଟ୍ୱିଟର ହ୍ୟାଣ୍ଡେଲ ଏବଂ ଇନଷ୍ଟାଗ୍ରାମରେ ବିବାହର ଅନେକ ଫଟୋ ସେୟାର କରିଛନ୍ତି, ଯେଉଁଥିରେ ସେ ବିବାହ ରୀତିନୀତି ଶେଷ କରୁଥିବାର ନଜର ଆସିଛନ୍ତି ।

