ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍
ବାଲେଶ୍ବର ଜିଲ୍ଲା ଜଳେଶ୍ବର ଥାନା ଅନ୍ତର୍ଗତ ୫୭ ନମ୍ବର ରାଜ୍ୟ ରାଜପଥ ବାଣିଦା ଛକ ନିକଟରେ ଦୁର୍ଘଟଣା ଘଟିଛି । ଟାଟା ଏସି ଗାଡ଼ିଟି ମୟୂରଭଞ୍ଜ ନୂଆଡିହିରୁ ଭୋଗରାଇ ଯାଉଥିବାବେଳେ ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଦୁର୍ଘଟଣାରେ ୭ଜଣ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କୁ ଜଳେଶ୍ବର ହସପିଟାଲରେ ଭର୍ତ୍ତି କରାଯାଇଛି ।ଜଳେଶ୍ବର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।

