ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା
ଏସଓଜି ଯବାନଙ୍କ ସ୍ବତନ୍ତ୍ର ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ବିଭିନ୍ନ ଅପରେସନରେ ଯାଉଥିବା ଏସଓଜି ଯବାନଙ୍କ ସ୍ବତନ୍ତ୍ର ଭତ୍ତାକୁ ୮ହଜାରରୁ ୨୫ ହଜାର ଟଙ୍କାକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଏକ ପୋଷ୍ଟ କରିଛନ୍ତି । ଯେଉଁଥିରେ ସେ ଓଡ଼ିଶା ପୋଲିସର ଏସଓଜି ଯବାନଙ୍କୁ ଖୁବ ପ୍ରଶଂସା କରିଛନ୍ତି । ଏହାସହ ସୂଚନା ଦେଇଛନ୍ତି ଯେ ଆଗକୁ ନକ୍ସଲଙ୍କୁ ନିପାତ କରିବାକୁ ରାଜ୍ୟ ସରକାର ବଡ଼ ଭୂମିକା ନେବାକୁ ଯାଉଛନ୍ତି ।

